ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ନବୀନଙ୍କୁ ବିଜେଡି ନେତା ଓ ମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର-ଦେଶର ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ହୋଇଥିବା ସର୍ଭେରେ ନବୀନ ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବିବେଚିତ ହୋଇ ଏକ ନମ୍ବର ସ୍ଥାନରେ ଅଛନ୍ତି ।

ବିଜେଡି କର୍ମୀ, ନେତା,ବିଧାୟକ ଓ ମନ୍ତ୍ରୀମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଶୋଭାଯାତ୍ରାରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Comments are closed.