ସହିଦ ମାଧୋ ସିଂଙ୍କୁ ରାଜ୍ୟ ବୀରତା ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା କ୍ରାନ୍ତିକାରୀ ସହିଦ ମାଧୋ ସିଂଙ୍କୁ ରାଜ୍ୟ ବୀରତା ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ନେତୃତ୍ୱରେ ବରଗଡ ଘେଁସରୁ ଆରମ୍ଭ ଆନ୍ଦୋଳନ ଦେଶର ସ୍ୱାଧୀନତା ସଂଗ୍ରାମକୁ ନୂଆ ଦିଗ ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଲୋକଙ୍କ ସୁରକ୍ଷା ସହ ଦେଶର ଅଖଣ୍ଡତା ପ୍ରତି ଏହି ବୀର ସହିଦଙ୍କ ଅସୀମ ତ୍ୟାଗ ସର୍ବଦା ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.