୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତରେ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ

ଭୁବନେଶ୍ୱର – ଟାଟା ମୋଟର୍ସ ଚାକିରି ଠକେଇ ମାମଲାରେ କ୍ରାଇମବ୍ରାଂଚ ଏସଆଇଟି ପ୍ରଦୀପ ପାଣିଗ୍ରାହୀଙ୍କ ଘନିଷ୍ଠ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ଜେଲ୍ ପଠାଇ ଦିଆଯାଇଛି । ତାଙ୍କୁ ଆଜି ଗିରଫ କରାଗଲା ପରେ ଏସଡିଜେଏମ କୋର୍ଟରେ ହାଜର କରାଯାଇଥିଲା । ତାଙ୍କ ଜାମିନ ଆବେଦନ ଖାରଜ ହେଲା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ କୋର୍ଟ । ତାଙ୍କୁ ଝାରପଡା ଜେଲ ପଠାଇ ଦିଆଯାଇଛି ।

Comments are closed.