୨୪ ଘଂଟାରେ ରାଜ୍ୟରେ ୧୦ ଜଣଙ୍କ କୋରୋନାରେ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି | News Room Odisha

୨୪ ଘଂଟାରେ ରାଜ୍ୟରେ ୧୦ ଜଣଙ୍କ କୋରୋନାରେ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି

ଭୁବନେଶ୍ୱର- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କୋରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ପୁରୀ ଓ ରାୟଗଡା ଜିଲ୍ଲାରେ ୩ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୧୭କୁ ବୃଦ୍ଧି ପାଇଛି ।