୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ | News Room Odisha

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା ୭ ହଜାର ମଧ୍ୟରେ ରହିଥିବା ବେଳେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ ନୟାଗଡରୁ ୨ ଜଣ ଲେଖାଏଁ , ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।