୪ଟି ରାଜ୍ୟ, ପୁଡୁଚେରୀରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା

ନୂଆଦିଲ୍ଲୀ – ଆଜି ୪ଟି ରାଜ୍ୟ-ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡୁର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । କେନ୍ଦ୍ରଶାସିତ ଅଂଚଳ ପୁଡୁଚେରୀ ବିଧାନସଭା ପାଇଁ ମଧ୍ୟ ନିର୍ବାଚନ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ଅପରାହ୍ନ ସାଢେ ୪ଟାରେ ପ୍ରେସମିଟ୍ କରି ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ରାଜ୍ୟର ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା ସମ୍ଭାବନା ରହିଛି ।

Comments are closed.