ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ- ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଦିନ ୧୧ଟା ବେଳେ ପୁରୀ ତାଳବଣିଆ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପଟର ପହଂଚିଥିଲା । ସେଠାରୁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଓ ସେବାୟତ ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।

Comments are closed.