ଗଜପତି ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ଗଜପତି ଜିଲ୍ଲା ର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣା ରେ ଦୁଇ ଜଣଙ୍କର ମୃତ୍ୟୁ ବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟ ଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.