ଅନୁସୂଚିତ ଜନଜାତି ଓ ଜାତି ବିଭାଗରେ ୫-ଟି କାର୍ଯ୍ୟକ୍ରମ: ୫୦ ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଗଲା ୧୦୧ କୋଟି ଟଙ୍କାର ବୃତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ୫ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , ୫୦ ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମ ରେ ଅଧିକ ଦକ୍ଷତା ଓ ସ୍ବଚ୍ଛତା ଆଣିବାରେ ସହାୟକ ହେବ ।

ଏ ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଲେ ଯେ ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର ।

ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି ।

ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି ।

ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ଵାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢି ପାରିବେ । ସେହିପରି ହଷ୍ଟେଲ ରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ, Odisha State Scholarship Portal ରେ Post Matric Scholarship ସିଧା ସଳଖ ବ୍ଯାଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଛି ।

ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଥିଲେ ।

ସୂଚନାଯୋଗ୍ୟ ଯେ ପ୍ରାଥମିକ ସ୍ତରରେ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ପାଇଁ ସଂହତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିରେ ୧.୫ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସେହିପରି ହଷ୍ଟେଲ ମାନଙ୍କରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ମୋ ଛତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କର ଯାଇଛି ।

ଏହା ଦ୍ଵାରା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା ୬୭୦୦ ହଷ୍ଟେଲର ୫.୭୫ ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ । ସେହିପରି Odisha State Scholarship Portal ଜରିଆରେ ୫୦ ହଜାର ଛାତ୍ରଛାତ୍ରୀଙ୍କୁ ୧୦୧ କୋଟି ଟଙ୍କା ପରିମାଣର ବୃତ୍ତି ପିଲାମାନଙ୍କ ବ୍ଯାଙ୍କ ଆକାଉଣ୍ଟ କୁ ସିଧାସଳଖ ପ୍ରଦାନ କରାଯାଇଛି ।

ଅନୁସୂଚିତ ଜନଜାତି , ଜାତି ପିଲା ମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବାପାଇଁ ଆକାଂକ୍ଷା ଯୋଜନା ଚାଲୁଅଛି ।

ଏହି ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ରେ ୩ ଟି ଆକାଂକ୍ଷା ହଷ୍ଟେଲ ଉଦଘାଟନ କରିଥିଲେ ।

ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୬୮ଟି ଛତ୍ରାବାସ ଲୋକାର୍ପିତ କରିଥିଲେ । ଏହି ଛତ୍ରାବାସ ଗୁଡିକ ପାଇଁ ୧୫୦ କୋଟି ଟଙ୍କା ବିନିଯୋଗ କରାଯାଇଛି ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର । ପ୍ରୟାସ ଯୋଜନାରେ ୭୫୦୦ ରୁ ଅଧିକ ST, SC ଓ OBC ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡିଶା skill development authority ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି ।

ଆପଦଗ୍ରସ୍ଥ ଜନଜାତିଙ୍କ ପାଇଁ ଆଜି ଆରମ୍ଭ ହୋଇଥିବା ପୁଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଗୋଟିଏ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ Ajim Premji Philanthropic Initiativeର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଦ୍ଵାରା ଆମର ୩୫୦୦ PVTG ଚାଷୀ, ୨୩ ହଜାର ଶିଶୁ ଏବଂ ୨୫ ହଜାର ମା ଉପକାର ପାଇବେ । ଏହି କାର୍ଯ୍ୟକ୍ରମ ରାଜ୍ୟର ୧୧୩୮ ଟି PVTG ଗ୍ରାମରେ କାର୍ଯ୍ୟକାରୀ ହେବ ।

ଏହି କାର୍ଯ୍ୟକ୍ରମ ଗୁଡିକ ଦ୍ଵାରା ଆମର ଜନଜାତି , ଜାତି ପିଲାମାନେ ଆଗକୁ ବଢିବା ସହିତ ସେମାନଙ୍କର ପ୍ରକୃତ ସଶକ୍ତିକରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁରରୁ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଆଜିର କାର୍ଯ୍ୟକ୍ରମ ଦ୍ଵାରା ଜନଜାତି , ଜାତି ଛାତ୍ରଛାତ୍ରୀ ମାନେ ଆଗକୁ ବଢିବା ସହିତ ଓଡିଶା ର ବିକାଶ ରେ ଯୋଗଦାନ ରଖିପାରିବେ ବୋଲି କହିଥିଲେ । ସେହିପରି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଙ୍ଗ ଜରିଆରେ ଯୋଗ ଦେଇ ଅଭିଭାଷଣ ରଖିଥିଲେ । ଆପଦଗ୍ରସ୍ଥ ଜନଜାତିଙ୍କ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ନବରଙ୍ଗପୁର ଓ କେଉଁଝର ର ଦୁଇଜଣ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଙ୍ଗ ଜରିଆରେ ନିଜର ମତାମତ ରଖି ଏହାଦ୍ବାରା ସେମାନଙ୍କର ଉଚ୍ଚଶିକ୍ଷା ରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।
ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଫଧିକାରୀ ମାନେ ଯୋଗ ଦେଇଥିଲେ।

Comments are closed.