ବିଜୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଆ ସ୍ୱାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ବିଜୁ ବାବୁ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ଓଡିଆ ସ୍ୱାଭିମାନ ଓ ନୀତିଆଦର୍ଶକୁ ପାଥେୟ କରି ନୂଆ ଓଡିଶା ଗଠନ ଦିଗରେ ଆମେ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.