ସ୍ୱାଧୀନତାର ୭୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ରୀୟ କମିିଟିରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ସମେତ ୬ ଓଡିଆ

ଭୁବନେଶ୍ୱର- ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ପାଇଁ ଗଠିତ କେନ୍ଦ୍ରୀୟ କମିିଟିରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଦସ୍ୟ ଭାବେ ସାମିଲ କରାଯାଇଛି । ରାଜ୍ୟର ଅନ୍ୟ ୫ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ବି କେନ୍ଦ୍ରୀୟ କମିଟିରେ ସାମିଲ କରାଯାଇଛି ।

ସେମାନେ ହେଲେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ , ଝାଡଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ , କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ଓ ବିଶିଷ୍ଟ ସ୍ଥପତି ସୁଦର୍ଶନ ସାହୁ । ଏହି କମିଟିରେ ମୋଟ ୨୫୯ ଜଣ ସଦସ୍ୟ ଅଛନ୍ତି । ପ୍ରଧାନମନ୍ତ୍ରୀ କମିଟିର ଅଧ୍ୟକ୍ଷ ଅଛନ୍ତି ।

Comments are closed.