ନୂଆପଡା ଗସ୍ତରେ ମୁଖ୍ୟମନ୍ତ୍ରୀ, ତିଖାଲିରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ

ନୂଆପଡା – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ଗସ୍ତ କରିଛନ୍ତି । ପ୍ରଥମେ ମୁଖ୍ୟମନ୍ତ୍ରୀ ତିଖାଲିରେ ପହଂଚିଛନ୍ତି । ସେଠାରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ନୂଆପଡା ଓ ବଲାଙ୍ଗୀର ଜିଲ୍ଲାର ବହୁ ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ ।

ନୂଆପଡା ଓ ପଡୋଶୀ କିଛି ଜିଲ୍ଲାର ଚାଷୀଙ୍କ ପାଇଁ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଏକ ଜୀବନରେଖା ସଦୃଶ ହେବ । ବହୁ ବର୍ଷ ଧରି ଏହି ପ୍ରକଳ୍ପର କାର୍ଯ୍ୟକାରିତାକୁ ଅପେକ୍ଷା କରିଥିଲେ ନୂଆପଡାବାସୀ ।

Comments are closed.