ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବିମାନବନ୍ଦରରେ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର- ଓଡିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ ଜଣାଇଥିଲେ । ବିମାନ ବନ୍ଦରରୁ ସିଧାସଳଖ ରାଜଭବନରେ ପହଂଚିଛନ୍ତି ରାଷ୍ଟ୍ରପତି । ସେଠାରେ ସେ ରାତ୍ରିଯାପନ କରିବେ । ଆସନ୍ତାକାଲି ରାଉରକେଲା ଏନଆଇଟି ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ।

 

Comments are closed.