ସବୁ ଜିଲ୍ଲାପାଳ ଓ କମିଶନରଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ଶାସନ ସଚିବଙ୍କ ଚିଠି

ଭୁବନେଶ୍ୱର- ସବୁ ଜିଲ୍ଲାପାଳ ଓ କମିଶନରଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ଶାସନ ସଚିବ ଚିଠି ଲେଖିଛନ୍ତି । କୋଭିଡ ଟିକାର ୨ଟି ଡୋଜ୍ ମଧ୍ୟରେ ବ୍ୟବଧାନ ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଥମ ଓ ଦ୍ୱିତୀୟ ଡୋଜ୍ ମଧ୍ୟରେ ବ୍ୟବଧାନ ୬ରୁ ୮ ସପ୍ତାହ ରଖିବାକୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ । କେବଳ କୋଭିଶିଲ୍ଡ ଟିକା କ୍ଷେତ୍ରରେ ଲାଗୁ ହେବ ସଂଶୋଧନ । ପ୍ରଥମ ଡୋଜ୍ ନେଇଥିବା ଲୋକଙ୍କୁ ଏ ସଂପର୍କରେ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.