୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୧୦ ନୂଆ କୋରୋନା ରୋଗୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୨୧୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୨୪ ଓ ସ୍ଥାନୀୟ ଅଂଚଳରୁ ୮୬ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୨୩, କଟକରୁ ୧୯, ବଲାଙ୍ଗିର,କଳାହାଣ୍ଡି ଓ ସୁନ୍ଦରଗଡରୁ ୧୨ ଲେଖାଏଁ , ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ, ଯାଜପୁର ଓ ମୟୂରଭଂଜରୁ ୮ ଜଣ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ୱରୁ ୬ ଓ ପୁରୀ ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଂଟାରେ କୋରୋନାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Comments are closed.