ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ ସଫଳ

ନୂଆଦିଲ୍ଲୀ – ଏମ୍ସରେ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ ହୋଇଛି । ସର୍ଜରୀ ସଫଳ ହୋଇଛି ବୋଲି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ସଫଳ ଅସ୍ତ୍ରୋପଚାର ପାଇଁ ଏମ୍ସ ଡାକ୍ତରଙ୍କୁ ରାଜନାଥ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ସେ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି । ସେ ତାଙ୍କର ଦ୍ରୁତ ଆରୋଗ୍ୟ କାମନା କରୁଛନ୍ତି ବୋଲି ରାଜନାଥ ଟ୍ୱିଟ୍ କରିଛନ୍ତି ।

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ରାଷ୍ଟ୍ରପତିଙ୍କୁ ଗତ ଶୁକ୍ରବାର ଆର୍ମି ରିସର୍ଚ ଓ ରେଫରାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ରାଷ୍ଟ୍ରପତିଙ୍କ ବାଇପାସ୍ ସର୍ଜରୀ ହେବ ବୋଲି ରାଷ୍ଟ୍ରପତି ଭବନ ତରଫରୁ ସୂଚନା ଦିଆଯାଇଥିଲା । ରାଷ୍ଟ୍ରପତି ହସ୍ପିଟାଲରେ ଭର୍ତ୍ତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନେକ ମନ୍ତ୍ରୀ ଓ ନେତା ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଠାରୁ ପଚାରି ବୁଝିଥିଲେ ।

Comments are closed.