ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ , ଇଞ୍ଜିନିୟରିଂ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି

ଭୁବନେଶ୍ୱର- ଏଣିକି ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ ରହିବ । ଏ ନେଇ ରାଜ୍ୟ ସରକାରଙ୍କ ଦକ୍ଷତା କୌଶଳ ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପୂର୍ବରୁ ଏ ସଂପର୍କିତ ପ୍ରସ୍ତାବ ବିଧାନସଭାରେ ଗୃହୀତ ହୋଇଥିଲା । ଗତ ସପ୍ତାହରେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବ ଆଗତ କରିଥିଲେ । କିଛି ମାସ ତଳେ ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦିତ ହୋଇଥିଲା ।

Comments are closed.