ମୁଖ୍ୟମନ୍ତ୍ରୀଙ୍କ ଉତ୍କଳ ଦିବସ ବାର୍ତ୍ତା

ଭୁବନେଶ୍ୱର- ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ବିଭିନ୍ନ କ୍ଷେତ୍ରରେ ଓଡିଶାର ସ୍ୱତନ୍ତ୍ରପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.