ପିପିଲିରେ ନିର୍ବାଚନ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ପିପିଲି ଉପନିର୍ବାଚନ ପଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ତେବେ, ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ତାରିଖ ଚୂଡାନ୍ତ ହୋଇନାହିଁ ବୋଲି ଦଳର ବରିଷ୍ଠ ନେତା ତଥା ପିପିଲି ପାଇଁ ଦଳୀୟ ପର୍ଯ୍ୟବେକ୍ଷକ ପ୍ରତାପ ଦେବ କହିଛନ୍ତି । ଏହି ମାସ ୧୭ ତାରିଖରେ ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ୧୫ରେ ସରିବ ନିର୍ବାଚନ ପ୍ରଚାର ।

Comments are closed.