ଜଷ୍ଟିସ ଏନ.ଭି ରମନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ନିଯୁକ୍ତ, ଆସନ୍ତା ୨୪ରେ ଶପଥ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ – ଜଷ୍ଟିସ ଏନ.ଭି ରମନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ,ଜଷ୍ଟିସ ରମନ୍ନାଙ୍କୁ ଦେଶର ୪୮ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏହିମାସ ୨୪ ତାରିଖରେ ଜଷ୍ଟିସ ରମନ୍ନା ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ । ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଥିବାରୁ ଜଷ୍ଟିସ ରମନ୍ନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.