ଏଣିକି ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ଆର୍ଥିକ ବିକାଶରେ ଲଗାଇବେ ମିଶନ ଶକ୍ତି ମହାସଂଘ : ଦୁଇମାସ ମଧ୍ୟରେ ଏସବୁ ହସ୍ତାନ୍ତର ପାଇଁ ନବୀନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କ ରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା ,ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆମର ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କ ରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର, ଗାଡ଼ିଆ ପୋଖରୀ ଇତ୍ୟାଦି । ଏଗୁଡିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତ ରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳ ର ସାମାଜିକ ଓ ଆର୍ଥିକ ବିକାଶ ରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ । ମିଶନ ଶକ୍ତି ର ମା ମାନେ ତାକୁ ଆଥିର୍କ କାର୍ଯ୍ୟ ରେ ଲଗାଇ ପାରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି ।ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି । ମା ମାନଙ୍କର ଏହି ନୀରବ ଆନ୍ଦୋଳନ କୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ ର ମାନ୍ୟତା ଦେଇଛନ୍ତି । ଆମର ୭୦ ଲକ୍ଷ ମା ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ ।‍

Comments are closed.