ରାଜ୍ୟସଭା ପ୍ୟାନେଲରେ ପୁଣି ସ୍ଥାନ ପାଇଲେ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର

ନୂଆଦିଲ୍ଲୀ – ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ରାଜ୍ୟସଭା ପ୍ୟାନେଲରେ ପୁନଃ ନିଯୁକ୍ତି ପାଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ଦ୍ୱାରା ଗଠିତ ପ୍ୟାନେଲରେ ସସ୍ମିତ ପୁଣି ସ୍ଥାନ ପାଇଛନ୍ତି। ସଂସଦର ଉଚ୍ଚ ସଦନ ପ୍ୟାନେଲରେ ଚତୁର୍ଥ ଥର ପାଇଁ ସ୍ଥାନ ପାଇଛନ୍ତି ବିଜେଡି ରାଜ୍ୟସଭା ସଦସ୍ୟ।

ପ୍ରଥମ ଥର ପାଇଁ ୨୦୨୦ ମସିହାରେ ସସ୍ମିତ ରାଜ୍ୟସଭା ପ୍ୟାନେଲରେ ସ୍ଥାନ ପାଇଥିଲେ । ଏକମାତ୍ର ଓଡିଆ ସାଂସଦ ଭାବେ ସସ୍ମିତ ପାତ୍ର ରାଜ୍ୟସଭା ପ୍ୟାନେଲରେ ରେକର୍ଡ ଚତୁର୍ଥ ଥର ପାଇଁ ସ୍ଥାନ ପାଇଛନ୍ତି ।

Comments are closed.