ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ପ୍ରବାଦ ପୁରୁଷ କଳିଙ୍ଗ ବୀର ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି । ଓଡିଶାର ବରପୁତ୍ର ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁବେଳ ଲୋକଙ୍କ ସହ ରହିବା ଓ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ସେ ଦେଖାଇ ଯାଇଥିବା ମାର୍ଗ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।