ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ୱର- ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ଘୋଷଣା କରିଛନ୍ତି । କୋଭିଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ବୋର୍ଡ ପରୀକ୍ଷା ସ୍ଥଗିତ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ । ତେବେ ପରିସ୍ଥିତିକୁ ଦେଖି ପରୀକ୍ଷା ବାତିଲ କରିବା ପାଇଁ ଦାବି ହୋଇଥିଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସ୍ଥିତିକୁ ଦେଖି ପୂର୍ବରୁ ମେ ୩ ତାରିଖରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ହୋଇଥିବା ପ୍ରେସ ବାର୍ତାରେ କୁହାଯାଇଥିଲା କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତି ନିଆଯିବ । ରାଜ୍ୟରେ ଫେବୃୟାରୀରେ ମାଟ୍ରିକ ପରୀକ୍ଷା ହେଉଥିବା ବେଳେ ଏହାକୁ ମେ ୩ ତାରିଖକୁ ଘୁଂଚା ଯାଇଥିଲା ।

Comments are closed.