ନବୀନଙ୍କ ଜନ୍ମଦିନ : ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଚାରିଆଡୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚାରିଆଡୁ ଜନ୍ମଦିନର ଶୁଭେଚ୍ଛା ମିଳିବାରେ ଲାଗିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବାଚସ୍ପତି ଓମ ପ୍ରକାଶ ବିର୍ଲା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ପ୍ରମୁଖଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବେ କେନ୍ଦ୍ରମନ୍ତ୍ରୀ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କପ ଦୀର୍ଘଜୀବନ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ନବୀନଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁେଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କଠାରେ ନବୀନଙ୍କ ଦୀର୍ଘାୟୁ କାମନା କରିଛନ୍ତି ଧର୍ମେନ୍ଦ୍ର । କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

ଲୋକସଭା ବାଚସ୍ପତି ଓମ୍ ବିର୍ଲା ବି ନବୀନଙ୍କୁ ଜଣାଇଛନ୍ତି ଜନ୍ମଦିନର ଶୁଭେଚ୍ଛା । ନବୀନଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ବାଚସ୍ପତି ।

ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ଓ ଶିଳ୍ପପତି ନବୀନ ଜିନ୍ଦଲ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

Comments are closed.