ବଙ୍ଗୋପ ସାଗରରେ ଆସନ୍ତା ୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା, ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର- ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ନୂଆ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାନା ରହିଛି । ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ୧୯ ତାରିଖରେ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

ପରବର୍ତୀ ୨୪ ଘଂଟାରେ ଏହା ଅଧିକ ଘନୀଭୂତ ହେବ । ତେଣୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହି ସମୟ ମଧ୍ୟରେ ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଅଂରେଜ ୱାର୍ନିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି ।

Comments are closed.