ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ, ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର – ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୧୯ ତାରିଖରୁ ୪ ଦିନ ଧରି ଗଂଜାମ ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର,ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଂଜାମ, ଖୋର୍ଧା, ପୁରୀ, ନୟାଗଡ, ମୟୂରଭଂଜ, ଢେଙ୍କାନାଳ, ମାଲକାନଗିରି,କୋରାପୁଟ ଓ ରାୟଗଡା ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ୨୦ରୁ ୨୧ ତାରିଖରେ ଗଂଜାମ ଓ ଗଜପତି ଜିଲ୍ଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି ।

Comments are closed.