ଲଘୁଚାପ ପ୍ରଭାବ : ଗଂଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା , ଉପକୂଳରେ ବି ବର୍ଷିବ

ଭୁବନେଶ୍ୱର- ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା । ଗଂଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୮ ଅନ୍ୟ ଜିଲ୍ଲା- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର,ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ( ଗୁରୁବାର ) ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରରେ ଅତି ପ୍ରବଳ ବର୍ଷା ହୋଇପାରେ । ଗଜପତି, ଖୋର୍ଧା, କଟକ, ଯାଜପୁର, ମୟୂରଭଂଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଉପକୂଳରେ ୩୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ରାତିରୁ ୨୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି । ଲଘୁଚାପ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Comments are closed.