ଭୁବନେଶ୍ୱର- ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେବା ସହ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।
କୋଭିଡ ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) May 6, 2021