ନବୀନଙ୍କ ବଦାନ୍ୟତା : ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର | News Room Odisha

ନବୀନଙ୍କ ବଦାନ୍ୟତା : ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର : କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଚ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।