କୋଇଲା ବ୍ଲକ୍ ଆଂବଟନ ଦୁର୍ନୀତି ମାମଲାରେ ଦିଲ୍ଲୀପ ରାୟଙ୍କୁ ତିନି ବର୍ଷ ଜେଲ୍ ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ

ନୂଆଦିଲ୍ଲୀ – କୋଇଲା ବ୍ଲକ ଆଂବଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ସମେତ ୫ ଜଣଙ୍କ ବିରୋଧରେ ଦଣ୍ଡାଦେଶ ଦେଇଛନ୍ତି ନୂଆଦିଲ୍ଲୀର ସ୍ୱତନ୍ତ୍ର କୋର୍ଟ । ଦିଲ୍ଲୀପ ରାୟଙ୍କୁ ତିନି ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ସମସ୍ତ ଦୋଷୀଙ୍କୁ ବ୍ୟକ୍ତିଗତ ଭାବେ ହାର ହେବା ପାଇଁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଗତମାସରେ ଦିଲ୍ଲୀପ ଓ ଅନ୍ୟ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ ।

୧୯୯୯ରେ ଝାଡଖଣ୍ଡ ବ୍ରହ୍ମଡିହା କୋଲ୍ ବ୍ଲକ ଆଂବଟନରେ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଥିଲା । କାଷ୍ଟ୍ରନ ଟେକ୍ନୋଲୋଜି ଲିମିଟେଡକୁ ଏହି ବ୍ଲକ ଆଂବଟିତ ହୋଇଥିଲା । ସେତେବେଳେ ଦିଲ୍ଲୀପ ରାୟ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ । ଦିଲ୍ଲୀପଙ୍କ ସମେତ ଏହି ମାମଲାରେ କୋଇଲା ମନ୍ତ୍ରାଳୟର ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ, ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ ଟେକ୍ନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

Comments are closed.