ଭୁବନେଶ୍ୱର – ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜୁ ମିଶ୍ର ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର, ସାଗର ଗଙ୍ଗା ପରି ଚଳଚ୍ଚିତ୍ର ନିର୍ମାଣ କରି ତାଙ୍କ ଛାପ ଛାଡିଛନ୍ତି । ଏହା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । ରାଜୁ ମିଶ୍ରଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର, ସାଗର ଗଙ୍ଗା ପରି ଚଳଚ୍ଚିତ୍ର ନିର୍ମାଣ କରି ସେ ଛାଡି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) November 2, 2020
Comments are closed.