ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜୁ ମିଶ୍ର ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର, ସାଗର ଗଙ୍ଗା ପରି ଚଳଚ୍ଚିତ୍ର ନିର୍ମାଣ କରି ତାଙ୍କ ଛାପ ଛାଡିଛନ୍ତି । ଏହା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । ରାଜୁ ମିଶ୍ରଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.