ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତୃପକ୍ଷଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର- ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତୃପକ୍ଷଙ୍କୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଦେଶ ଦେଇଛନ୍ତି । ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ନଭେମ୍ବର ୫ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହିମାସ ୯ରୁ ଡିସେମ୍ବର ୨ ତାରିଖ ଯାଏଁ ଫର୍ମ ପୂରଣ ହେବାର ଥିଲା । ତେବେ, ଶିକ୍ଷାବର୍ଷ ଆରମ୍ଭ ନ ହେଉଣୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତିକୁ ଓଡିଶା ମାଧ୍ୟମିକ ଶିକ୍ଷକ ସଂଘ ବିରୋଧ କଲା ପରେ ଏହା ପ୍ରତ୍ୟାହାର ପାଉଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.