ତିର୍ତୋଲ ଓ ବାଲେଶ୍ୱର ସଦର ଆସନରେ ବିଜେଡି ପ୍ରାର୍ଥୀ ଆଗୁଆ

ଭୁବନେଶ୍ୱର- ତିର୍ତୋଲ ଆସନରେ ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡ ଗଣତି ପରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ୧ ହଜାର ୮୭ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୩ ହଜାର ୮୫୨ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀଙ୍କୁ ମିଳିଛି ୨ ହଜାର ୭୭୪ ଭୋଟ୍ । କଂଗ୍ରେସକୁ ୪୪୨ ଭୋଟ ମିଳିଛି ।

ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୬୧୫ ଭୋଟରେ ଆଗୁଆ ରହିଛନ୍ତି ।

Comments are closed.