ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ ଚିଠାକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର- ଗୁରୁବାର ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅପରାହ୍ନ ୫ଟାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏହା ପରେ କ୍ୟାବିନେଟ ବସିବ । ବୈଠକରେ ଆସନ୍ତା ବିଧାନସଭା ଅଧିବେଶନରେ ଆସିବାକୁ ଥିବା ଅତିରିକ୍ତ ବଜେଟ୍ ଚିଠାକୁ ଅନୁମୋଦନ କରାଯାଇପାରେ । କ୍ୟାବିନେଟ ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି ।

Comments are closed.