ରାଜ୍ୟରେ ଆଉ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୦ ଜିଲ୍ଲାରେ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରାୟଗଡା ଓ ଅନୁଗୁଳର ୩ ଲେଖାଏଁ, ନୂଆପଡା ଓ ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ହଜାର ୩୧୩କୁ ବୃଦ୍ଧି ପାଇଛି ।

Comments are closed.