ଭୁବନେଶ୍ୱର: କୋଭିଡ଼ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି ।
ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡିବ ନାହିଁ ।
ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ଼ ହସ୍ପିଟାଲ ଭାବରେ କାମ କରିବ ଏବଂ ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସା ର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଵେ ।
ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ସଯୁକ୍ତ ବେଡ଼୍ ସହିତ ୫୦ଟି ଆଇସିୟୁ ବେଡ଼୍ ମଧ୍ୟ ରହିବ।