ରାଜ୍ୟରେ ସ୍ୱାସ୍ଥ୍ୟସେବା ଯୋଗାଉଥିବା କର୍ମଚାରୀଙ୍କ ପରିବାରକୁ ଦିଆଯିବ ଟିକା

ଭୁବନେଶ୍ୱର- କୋଭିଡ ଟିକାରରଣରେ ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା । ଏଣିକି ସ୍ୱାସ୍ଥ୍ୟସେବା ଯୋଗାଉଥିବା କର୍ମଚାରୀଙ୍କ ପରିବାରକୁ ଦିଆଯିବ ଟିକା । ପରିବାର ସଦସ୍ୟଙ୍କୁ କୋଭିଡ ଟିକା ଦେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ଏ ବାବଦରେ ସବୁ ଜିଲ୍ଲାପାଳ ଓ କମିଶନରଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ।

Comments are closed.