ରାଜ୍ୟରେ ଆଉ ୨୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଏଯାବତ ଗୋଟିଏ ଦିନରେ ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟାରେ ୨୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଗୋଟିଏ ଦିନରେ ଏହି ମୃତ୍ୟୁୁ ସଂଖ୍ୟା ହେଉଛି ସର୍ବାଧିକ । ପ୍ରଥମ ଥର ପାଇଁ ରାଜ୍ୟରେ ୨୨ରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ ଓ ରାୟଗଡାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଢେଙ୍କାନାଳ, ପୁରୀ ଓ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ୨ ହଜାର ୪୦୩କୁ ବୃଦ୍ଧି ପାଇଛି ।

Comments are closed.