ଦିନକରେ ରାଜ୍ୟରେ ୨୬ କୋରୋନା ରୋଗୀଙ୍କ ମୃତ୍ୟୁ | News Room Odisha

ଦିନକରେ ରାଜ୍ୟରେ ୨୬ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬ କୋରୋନା ରୋଗୀ ପ୍ରାଣ ହରାଇଛନ୍ତି । ମୋଟ କୋରୋନା ମୃତ୍ୟୁସଂଖ୍ୟା ୨ ହଜାର ୪୫୬କୁ ବୃଦ୍ଧି ପାଇଛି । ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

COVID-19