ବୁଲା ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ମଞ୍ଜୁର | News Room Odisha

ବୁଲା ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ପଞ୍ଚାବନ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟ ରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଷାଠିଏ ଲଷ ଟଙ୍କା ମଞୁର କରାଯାଇଥିଲା ।