ସମ୍ଭାବ୍ୟ ବାତ୍ୟା ୟଶ୍ ପ୍ରଭାବରେ ଓଡିଶାର ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର-ସମ୍ଭାବ୍ୟ ବାତ୍ୟା ୟଶର ମୁକାବିଲା ଲାଗି ବିଭିନ୍ନ ସରକାରୀ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେବ ।

ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖରେ ଓଡିଶାର ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁରର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.