ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି : ଗତ ୨୪ ଘଣ୍ଟାରେ ରାଜ୍ୟର ୩୩ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୩୩ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଛି । ଗୋଟିଏ ଦିନରେ ଏହା ସର୍ବାଧିକ କୋରୋନା ମୃତ୍ୟୁ । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୫୪୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ଅନୁଗୁଳ, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡରୁ ୩, ସୁବର୍ଣ୍ଣପୁର ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୨, କୋରାପୁଟରୁ ୧, ଯାଜପୁରରୁ ୧, କେନ୍ଦୁଝରରୁ ୨ ଓ କନ୍ଧମାଳରୁ ଜଣେ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.