ଫୁଟବଲ କୋଚ୍ ନନ୍ଦ ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- ବିଶିଷ୍ଟ ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାରୁ ବିଶ୍ୱସ୍ତରୀୟ ଫୁଟବଲ୍ କ୍ରୀଡାବିତ୍ ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ଏପରି ଦୁଃଖଦ ସମୟରେ ନନ୍ଦକିଶୋରଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାକ ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

 

Comments are closed.