ରାଜ୍ୟରେ ଦିନକରେ ୪୦ କୋଭିଡ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୨ ହଜାର ୮୩୧କୁ ବୃଦ୍ଧି ପାଇଛି । ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡିରେ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଦେବଗଡ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.