ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ହସପିଟାଲର ସେ ଆଖି ବୁଜିଛନ୍ତି । କୋରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପୂର୍ବତନ ମନ୍ତ୍ରୀ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ ବିଜୟଶ୍ରୀ । ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ସେ ୬ ଥର ବିଜୟ ହାସଲ କରିଥିଲେ ।

Comments are closed.