ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ବିଶିଷ୍ଟ ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ଅବଦାନ ପାଇଁ ମିନାକ୍ଷୀ ଦେବୀ ସର୍ବଦା ସ୍ମରଣୀ ହୋଇ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.