ରାଜ୍ୟରେ ଆଉ ୩୯ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୩୯ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୯୧୨କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ପ୍ରାଣ ହରାଇଛନ୍ତି । ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ପୁରୀ, ଗଞ୍ଜାମ, ଦେବଗଡ, କଟକ, ବୌଦ୍ଧରୁ ୨ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡା, ମୟୂରଭଞ୍ଜ, ସମ୍ବଲପୁର, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

Comments are closed.