ରାଜ୍ୟରେ ଆଉ ୪୦ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୪୦ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୯୫୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ ରୋଗୀ ପ୍ରାମ ହରାଇଛନ୍ତି । ଅନୁଗୁଳ, ବୌଦ୍ଧ, ଝାରସୁଗୁଡା, କଳାହାଣ୍ଡିରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ବଲାଙ୍ଗିର, ଦେବଗଡ, ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରୋଗୀଙ୍କ ମୃୃତ୍ୟୁ ହୋଇଛି ।

Comments are closed.